ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 11
ଅର୍ଥୋଡକ୍ସ ପଞ୍ଜିକା · 29 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 11 ନଭେମ୍ବର 2026
ବୁଧବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Martyr Anastasia the Roman (3rd C)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ। 2ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। 3କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, 4ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ, 5ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ, 6ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ। 7କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି। 8ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ। 9ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ, 10ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର, 11ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, 12ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
ସୁସମାଚାର
9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। 10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ। 11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? 12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? 13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 29 ନାଗରିକ ପଞ୍ଜିକାର ନଭେମ୍ବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର