ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 12
ଅର୍ଥୋଡକ୍ସ ପଞ୍ଜିକା · 30 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ନଭେମ୍ବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Hieromartyr Zenobios, Bishop of Aegea, and his sister Zenobia in Cilicia († 285)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, 2କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। 3ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ। 4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। 7ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି। 8କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
ସୁସମାଚାର
14ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ। 15କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ। 16ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ। 17କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ। 18ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। 19କିନ୍ତୁ ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ। 20କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି। 21ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; 22କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ। 23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 30 ନାଗରିକ ପଞ୍ଜିକାର ନଭେମ୍ବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର