ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 13
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 13 ନଭେମ୍ବର 2026
ଶୁକ୍ରବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
4ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ। 5ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ। 6ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା। 7କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ। 8ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ। 9ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
ପ୍ରତିଉତ୍ତର ଗୀତ
1ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ। 2ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ। 10ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ। 11ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି। 17ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି। 18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
ସୁସମାଚାର
26ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; 27ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା। 28ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗାଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ, 29କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା। 30ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ। 31ସେହି ଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ। 32ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ। 33ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ। 34ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ। 35ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ। 36[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।]” 37ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର