Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 13

ଅର୍ଥୋଡକ୍ସ ପଞ୍ଜିକା · 31 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 13 ନଭେମ୍ବର 2026

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Apostles of the 70: Stachias, Amplias, Urban, Narcissos, Apellias and Aristoboulos (1st C)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 5:9–13, 24–28

9କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି। 10ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ। 11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ। 12ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, 13ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ। 24ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। 25ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର। 26ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର। 27ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି। 28ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

ସୁସମାଚାର

ଲୂକ 11:23–26

23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।” 24“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’ 25ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ। 26ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 31 ନାଗରିକ ପଞ୍ଜିକାର ନଭେମ୍ବର 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର