Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ନଭେମ୍ବର 2026

ଶନିବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 32ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ତୃ. ଯୋହ 1:5–8

5ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ। 6ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, 7ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି। 8ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।

ପ୍ରତିଉତ୍ତର ଗୀତ

ଗୀତ 112:1–6

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 3ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ 4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 6କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

ସୁସମାଚାର

ଲୂକ 18:1–8

1କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, 2“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। 3ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା। 4ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, 5ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’” 6ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। 7ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର