ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 14
ଅର୍ଥୋଡକ୍ସ ପଞ୍ଜିକା · 1 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 14 ନଭେମ୍ବର 2026
ଶନିବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Holy Wonderworkers and Unmercenaries Cosmas and Damian of Mesopotamia, and their mother, Saint Theodotia (3rd C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ। 2କାରଣ ଈଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି। 3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। 4କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ। 5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। 6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
ପତ୍ର (ସନ୍ଥ କସ୍ମାସ୍ ଓ ସନ୍ଥ ଡାମିଆନ୍ଙ୍କ ପାଇଁ)
27ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ। 28ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି। 29ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ? 30ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? 31କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। 13:1ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି। 2ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ। 3ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ। 4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ। 8ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
ସୁସମାଚାର
16“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। 17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ। 18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।” 19ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ। 20ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି। 21କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
ସୁସମାଚାର (ସନ୍ଥ କସ୍ମାସ୍ ଓ ସନ୍ଥ ଡାମିଆନ୍ଙ୍କ ପାଇଁ)
1ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। 5ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, 6ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ। 7ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର। 8ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 1 ନାଗରିକ ପଞ୍ଜିକାର ନଭେମ୍ବର 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର