ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ନଭେମ୍ବର 2026
ସୋମବାର · ସାଧାରଣ କାଳର 33ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 33ତମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମହାନ ଗର୍ଟ୍ରୁଡ୍, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ସ୍କଟଲାଣ୍ଡର ସନ୍ଥ ମାର୍ଗାରେଟ୍ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ। 2ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି। 3ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ। 4ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ 2:1“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି, 2ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ, 3ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ। 4ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ। 5ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
ପ୍ରତିଉତ୍ତର ଗୀତ
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ସୁସମାଚାର
35ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। 36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। 37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି। 38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ। 40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, 41“ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି। 42ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” 43ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
ଆଜିର ସନ୍ଥ
- ସନ୍ଥ ମହାନ ଗର୍ଟ୍ରୁଡ୍, କୁମାରୀ
- ସ୍କଟଲାଣ୍ଡର ସନ୍ଥ ମାର୍ଗାରେଟ୍
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର