ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 16
ଅର୍ଥୋଡକ୍ସ ପଞ୍ଜିକା · 3 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 16 ନଭେମ୍ବର 2026
ସୋମବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Martyrs Akepsimos the Bishop, Joseph the Presbyter and Haiphal the Deacon of Persia (4th C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରର ମଣ୍ଡଳୀ ନିକଟକୁ ପତ୍ର; 2ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି, 4ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ। 5ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, 6କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, 7ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ; 8ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ, 9ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ), 10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
ସୁସମାଚାର
29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। 31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।” 33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 3 ନାଗରିକ ପଞ୍ଜିକାର ନଭେମ୍ବର 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର