Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ନଭେମ୍ବର 2026

ମଙ୍ଗଳବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ସପ୍ତାହର ମଙ୍ଗଳବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ହଙ୍ଗେରୀର ସନ୍ଥ ଏଲିଜାବେଥ୍, ସନ୍ନ୍ୟାସିନୀ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ରକା 3:1–6, 14–22

1“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ। 2ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ। 3ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ; 4ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ। 5ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ। 6ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।” 14“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି, 15ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। 16ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ। 17ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ; 18ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ। 19ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର। 20ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ। 21ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି। 22ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

ପ୍ରତିଉତ୍ତର ଗୀତ

ଗୀତ 15:2–5

2ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

ସୁସମାଚାର

ଲୂକ 19:1–10

1ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ। 2ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ। 3ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। 4ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା। 5ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” 6ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 7ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି। 8କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। 9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; 10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର