Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 17

ଅର୍ଥୋଡକ୍ସ ପଞ୍ଜିକା · 4 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 17 ନଭେମ୍ବର 2026

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Venerable Joannicius the Great († 846)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ଥେସ 1:10–2:2

10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ। 11ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; 12ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ। 2:1ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, 2ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍‍ବିଗ୍ନ ନ ହୁଅ;

ସୁସମାଚାର

ଲୂକ 11:34–41

34ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ। 35ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ। 36ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।” 37ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। 38କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ। 39ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ। 40ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ? 41ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 4 ନାଗରିକ ପଞ୍ଜିକାର ନଭେମ୍ବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର