Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ନଭେମ୍ବର 2026

ଶୁକ୍ରବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ରକା 10:8–11

8ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର। 9ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ। 10ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା। 11ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।

ପ୍ରତିଉତ୍ତର ଗୀତ

ଗୀତ 119:14, 24, 72, 103, 111, 131

14ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି। 24ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। 72ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। 103ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର! 111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ। 131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।

ସୁସମାଚାର

ଲୂକ 19:45–48

45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ, 46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।” 47ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, 48କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର