ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 23
ଅର୍ଥୋଡକ୍ସ ପଞ୍ଜିକା · 10 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 23 ନଭେମ୍ବର 2026
ସୋମବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Apostles of the 70: Herastos, Olympos, Rodion, Sosipater, Quartus and Tercias (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ, 2ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। 3ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି 4କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ। 5କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ, 6ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି; 7ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।
ସୁସମାଚାର
13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ। 14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?” 15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।” 22ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। 23କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ। 24କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ! 25ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ? 26ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ? 27କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ। 28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ! 29ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, 30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି। 31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 10 ନାଗରିକ ପଞ୍ଜିକାର ନଭେମ୍ବର 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର