ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ନଭେମ୍ବର 2026
ମଙ୍ଗଳବାର · ସାଧାରଣ କାଳର 34ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 34ତମ ସପ୍ତାହର ମଙ୍ଗଳବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ସନ୍ଥ ଆଣ୍ଡ୍ରୁ ଡୁଙ୍ଗ୍-ଲାକ୍, ପୁରୋହିତ, ଓ ସାଥୀମାନେ, ଶହୀଦ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
14ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ। 15ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି। 16ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା। 17ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା। 18ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି। 19ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ। 20ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।
ପ୍ରତିଉତ୍ତର ଗୀତ
10“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।” 11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
ସୁସମାଚାର
5ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ, 6“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।” 7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ? 8ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। 9ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।” 10ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ, 11ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
ଆଜିର ସନ୍ଥ
- ସନ୍ଥ ଆଣ୍ଡ୍ରୁ ଡୁଙ୍ଗ୍-ଲାକ୍, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର