Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 24

ଅର୍ଥୋଡକ୍ସ ପଞ୍ଜିକା · 11 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 24 ନଭେମ୍ବର 2026

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Great Martyr Menas of Egypt († 304)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ତୀମ 1:8–14

8କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, 9ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, 10ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ; 11ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। 12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; 14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।

ସୁସମାଚାର

ଲୂକ 12:42–48

42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ? 43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ। 45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, 46ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ। 47ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, 48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 11 ନାଗରିକ ପଞ୍ଜିକାର ନଭେମ୍ବର 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର