ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 26
ଅର୍ଥୋଡକ୍ସ ପଞ୍ଜିକା · 13 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 26 ନଭେମ୍ବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Saint John Chrysostom, Archbishop of Constantinople († 407)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ହିତୋ 10 (ବଛାଯାଇଥିବା ପଦ)
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
1“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; 2କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ। 3ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। 4ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; 5କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।” 6ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ। 7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର। 8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ। 9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
ପତ୍ର (ସନ୍ଥ ଯୋହନ କ୍ରିସୋଷ୍ଟମ୍ଙ୍କ ପାଇଁ)
26କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। 27ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। 28ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। 8:1ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; 2ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
ସୁସମାଚାର (ସନ୍ଥ ଯୋହନ କ୍ରିସୋଷ୍ଟମ୍ଙ୍କ ପାଇଁ)
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 13 ନାଗରିକ ପଞ୍ଜିକାର ନଭେମ୍ବର 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର