Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 28

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 28 ନଭେମ୍ବର 2026

ଶନିବାର · ସାଧାରଣ କାଳର 34ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 34ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ରକା 22:1–7

1ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି। 2ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ। 3କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ। 4ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ। 5ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ। 6ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି। 7“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”

ପ୍ରତିଉତ୍ତର ଗୀତ

ଗୀତ 95:1–7

1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 3କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। 4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। 5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। 6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।

ସୁସମାଚାର

ଲୂକ 21:34–36

34“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ; 35କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ। 36କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର