Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 28

ଅର୍ଥୋଡକ୍ସ ପଞ୍ଜିକା · 15 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ନଭେମ୍ବର 2026

ଶନିବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Martyrs and Confessors Gurias, Samonas († 299-306) and Habib († 322) of Edessa

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଗାଲା 3:8–12

8ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।” 9ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। 10କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।” 11ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।” 12ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।

ସୁସମାଚାର

ଲୂକ 9:37–43

37ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ। 38ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା; 39ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ। 40ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। 41ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।” 42ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ। 43ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 15 ନାଗରିକ ପଞ୍ଜିକାର ନଭେମ୍ବର 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର