ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 29
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 29 ନଭେମ୍ବର 2026
ରବିବାର · ଆଗମନ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ପ୍ରଥମ ରବିବାର
ରବିବାର · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
16ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି। 17ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର। 64:1ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ, 3ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ। 4କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ। 5ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? 6କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। 7ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। 8ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। 2ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। 14ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର 15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। 17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। 18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
ଦ୍ୱିତୀୟ ପାଠ
3ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ। 4ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, 5କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; 6ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। 7ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; 8ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। 9ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
ସୁସମାଚାର
33ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ। 34ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି। 35ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, 36ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 37ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର