Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 30

ଅର୍ଥୋଡକ୍ସ ପଞ୍ଜିକା · 17 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 30 ନଭେମ୍ବର 2026

ସୋମବାର · ପେଣ୍ଟିକଷ୍ଟ ପରେ 27ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Saint Gregory the Wonderworker, Bishop of Neo-Cæsarea († c. 266-270)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ତୀମ 5:1–10

1ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର। 3ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। 4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। 5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; 6କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ। 7ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। 8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। 9ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, 10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।

ପତ୍ର (ସନ୍ଥ ଗ୍ରେଗୋରୀ ଆଶ୍ଚର୍ଯ୍ୟକର୍ମୀଙ୍କ ପାଇଁ)

ପ୍ର.କରି 12:7–11

7କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ। 8କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, 9ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, 10ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। 11କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।

ସୁସମାଚାର

ଲୂକ 14:12–15

12ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ। 13କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; 14ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।” 15ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 17 ନାଗରିକ ପଞ୍ଜିକାର ନଭେମ୍ବର 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର