ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 1
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଡିସେମ୍ବର 2026
ମଙ୍ଗଳବାର · ଆଗମନ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ପ୍ରଥମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ; 2ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ; 3ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, 4ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। 5ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ। 6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ। 7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ। 8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। 9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। 10ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।
ପ୍ରତିଉତ୍ତର ଗୀତ
1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 7ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। 8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। 12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। 13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ। 17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
ସୁସମାଚାର
21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।” 22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।” 23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ। 24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର