ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 1
ଅର୍ଥୋଡକ୍ସ ପଞ୍ଜିକା · 18 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଡିସେମ୍ବର 2026
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 27ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Martyr Platon of Ancyra († 302 or 306)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
11କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; 12ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି। 13ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। 14ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; 15କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି। 16ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ। 17ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। 18କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।” 19ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ। 20ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ। 21ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
ସୁସମାଚାର
25ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ, 26“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ। 27ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ। 28କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? 29କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, 30ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ। 31କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ? 32ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି। 33ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।” 34“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ? 35ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 18 ନାଗରିକ ପଞ୍ଜିକାର ଡିସେମ୍ବର 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର