Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 3

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଡିସେମ୍ବର 2026

ଗୁରୁବାର · ଆଗମନ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ପ୍ରଥମ ସପ୍ତାହର ଗୁରୁବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଫ୍ରାନ୍ସିସ୍ ଜେଭିୟର୍, ପୁରୋହିତ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯିଶା 26:1–6

1ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। 2ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। 3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ। 4ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। 5ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି। 6ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”

ପ୍ରତିଉତ୍ତର ଗୀତ

ଗୀତ 118:1, 8–9, 19–21, 25–27

1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। 9ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। 19ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 20ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ। 21ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି। 25ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର। 26ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। 27ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।

ସୁସମାଚାର

ମାଥି 7:21, 24–27

21ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ। 24ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। 25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। 26ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। 27ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର