ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 5
ଅର୍ଥୋଡକ୍ସ ପଞ୍ଜିକା · 22 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 5 ଡିସେମ୍ବର 2026
ଶନିବାର · ପେଣ୍ଟିକଷ୍ଟ ପରେ 27ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Entry of the Theotokos
ଜନ୍ମ ପର୍ବର ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
57ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। 58ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” 59ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। 60ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।” 61ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। 62କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 22 ନାଗରିକ ପଞ୍ଜିକାର ଡିସେମ୍ବର 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର