Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଡିସେମ୍ବର 2026

ରବିବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ଦ୍ୱିତୀୟ ରବିବାର

ରବିବାର · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିଶା 40:1–5, 9–11

1ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି। 2ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର। 3ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର। 4ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ; 5ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।” 9ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!” 10ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି। 11ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।

ପ୍ରତିଉତ୍ତର ଗୀତ

ଗୀତ 85:8–13

8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

ଦ୍ୱିତୀୟ ପାଠ

ଦ୍ଵି. ପିତ 3:8–14

8କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ। 9ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି। 10ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ। 11ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, 12ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ। 13ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ। 14ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

ସୁସମାଚାର

ମାର୍କ 1:1–8

1ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ। 2ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ; 3ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।” 4ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ। 5ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। 6ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ। 7ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ। 8ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର