ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 7
ଅର୍ଥୋଡକ୍ସ ପଞ୍ଜିକା · 24 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଡିସେମ୍ବର 2026
ସୋମବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Afterfeast of the Entry of the Theotokos
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
20ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। 21ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ। 22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ। 23ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। 24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ; 25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, 26ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।
ସୁସମାଚାର
20ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ; 21କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।” 22କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, “ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ। 23ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ। 24କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ। 25ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 24 ନାଗରିକ ପଞ୍ଜିକାର ଡିସେମ୍ବର 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର