ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 9
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଡିସେମ୍ବର 2026
ବୁଧବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ଦ୍ୱିତୀୟ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ସନ୍ଥ ଜୁଆନ୍ ଡିଏଗୋ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
25ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ? 26ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ। 27“ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,” ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ? 28ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ। 29ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି। 30ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ; 31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। 2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; 4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; 8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। 10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
ସୁସମାଚାର
28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ଆଜିର ସନ୍ଥ
- ସନ୍ଥ ଜୁଆନ୍ ଡିଏଗୋ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର