ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଡିସେମ୍ବର 2026
ଗୁରୁବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ଦ୍ୱିତୀୟ ସପ୍ତାହର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ
ଲୋରେଟୋର ମାତା ମରୀୟମ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
13କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।” 14ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। 15ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ। 16ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ। 17ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ। 18ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା। 19ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା; 20ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।
ପ୍ରତିଉତ୍ତର ଗୀତ
1ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, 9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। 10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
ସୁସମାଚାର
11ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। 12ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି। 13କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ। 14ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି। 15ଯାହାର କାନ ଅଛି, ସେ ଶୁଣୁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର