ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 10
ଅର୍ଥୋଡକ୍ସ ପଞ୍ଜିକା · 27 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ଡିସେମ୍ବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Icons of the Mother of God: “Znamenie” of Novgorod and “Znamenie”, the Kursk-Root
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
5ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି; 6ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର। 7କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ, 8ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ, 9ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ। 10କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି; 11ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି। 12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି। 13ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି, 14ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର। 15ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ। 16ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ। 2:1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
ସୁସମାଚାର
31ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; 32କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, 33ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।” 34କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 27 ନାଗରିକ ପଞ୍ଜିକାର ଡିସେମ୍ବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର