Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 12

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 12 ଡିସେମ୍ବର 2026

ଶନିବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ଦ୍ୱିତୀୟ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ

ଗୁଆଡାଲୁପେର ମାତା ମରୀୟମ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 80:1–2, 14–15, 17–18

1ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। 2ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। 14ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର 15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। 17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। 18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।

ସୁସମାଚାର

ମାଥି 17:10–13

10ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ? 11ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, 12କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।” 13ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର