ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 12
ଅର୍ଥୋଡକ୍ସ ପଞ୍ଜିକା · 29 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଡିସେମ୍ବର 2026
ଶନିବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Martyr Paramon and 370 Martyrs in Bithynia († 250)
ଜନ୍ମ ପର୍ବର ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। 17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; 18ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ, 19ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର; 20ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, 21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, 22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; 23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
ସୁସମାଚାର
19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” 21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 29 ନାଗରିକ ପଞ୍ଜିକାର ଡିସେମ୍ବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର