Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 14

ଅର୍ଥୋଡକ୍ସ ପଞ୍ଜିକା · 1 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 14 ଡିସେମ୍ବର 2026

ସୋମବାର · ପେଣ୍ଟିକଷ୍ଟ ପରେ 29ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Prophet Naum (7th C BC)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 3:5–11, 17–19

5ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। 6କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ। 7ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ 8ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,” 9“ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।” 10“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି। 11ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” 17ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ? 18ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ? 19ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।

ସୁସମାଚାର

ଲୂକ 19:37–44

37ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, 38ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା। 39ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। 40ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।” 41ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, 42“ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି। 43ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ, 44ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 1 ନାଗରିକ ପଞ୍ଜିକାର ଡିସେମ୍ବର 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର