ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 15
ଅର୍ଥୋଡକ୍ସ ପଞ୍ଜିକା · 2 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ଡିସେମ୍ବର 2026
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 29ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Prophet Habakuk (7th C BC)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ। 2କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ। 3ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା; 4କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;” 5ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” 6ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର 7ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।” 8କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ। 9ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। 10ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି। 11ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ। 12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। 13ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
ସୁସମାଚାର
45ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ, 46“ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।” 47ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, 48କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 2 ନାଗରିକ ପଞ୍ଜିକାର ଡିସେମ୍ବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର