ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଡିସେମ୍ବର 2026
ବୁଧବାର · ଆଗମନ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
ଆଗମନ କାଳର ତୃତୀୟ ସପ୍ତାହର ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
6ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ। 7ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ। 8ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ। 18କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ। 21ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ। 22ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ। 23ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’ 24ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। 25ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”
ପ୍ରତିଉତ୍ତର ଗୀତ
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
ସୁସମାଚାର
19ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? 20ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? 21ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ। 22ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ; 23ଆଉ, ଯେଉଁ ବ୍ୟକ୍ତି ମୋʼ ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର