ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 16
ଅର୍ଥୋଡକ୍ସ ପଞ୍ଜିକା · 3 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 16 ଡିସେମ୍ବର 2026
ବୁଧବାର · ପେଣ୍ଟିକଷ୍ଟ ପରେ 29ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Prophet Sophonius († 635-605 BC)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
11ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର। 12କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ। 13ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର। 14କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ। 6:1ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ, 2ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। 3ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା। 4କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି, 5ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି, 6ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି। 7କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ। 8କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
ସୁସମାଚାର
1ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ, 2ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ? 3କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ, 4ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?” 5ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? 6କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ। 7ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ। 8ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 3 ନାଗରିକ ପଞ୍ଜିକାର ଡିସେମ୍ବର 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର