Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଡିସେମ୍ବର 2026

ଗୁରୁବାର · ଆଗମନ କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

17 ଡିସେମ୍ବର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଆଦି 49:1–2, 8–10

1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି। 2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ। 8ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ। 9ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ? 10ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।

ପ୍ରତିଉତ୍ତର ଗୀତ

ଗୀତ 72:1–4, 7–8, 17

1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 3ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ। 4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। 7ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। 8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। 17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।

ସୁସମାଚାର

ମାଥି 1:1–17

1ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ। 2ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ, 3ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ, 4ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ, 5ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ, 6ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, 7ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ, 8ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ, 9ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ, 10ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ, 11ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ। 12ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ, 13ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ, 14ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ, 15ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ, 16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ। 17ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର