Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 18

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଡିସେମ୍ବର 2026

ଶୁକ୍ରବାର · ଆଗମନ କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

18 ଡିସେମ୍ବର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଯିରି 23:5–8

5ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ। 6ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ। 7ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’ 8ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”

ପ୍ରତିଉତ୍ତର ଗୀତ

ଗୀତ 72:1–2, 12–13, 18–19

1ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। 13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ। 18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି; 19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।

ସୁସମାଚାର

ମାଥି 1:18–24

18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, 23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।” 24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର