Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 20

ଅର୍ଥୋଡକ୍ସ ପଞ୍ଜିକା · 7 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 20 ଡିସେମ୍ବର 2026

ରବିବାର · ସ୍ୱର 4

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 29ତମ ରବିବାର

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ସପ୍ତମ ସୁସମାଚାର

ଯୋହ 20:1–10

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।

ପତ୍ର

କଲ 3:12–16

12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। 13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। 14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। 15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। 16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।

ସୁସମାଚାର

ଲୂକ 17:12–19

12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; 13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। 14ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। 15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, 16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। 17ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ? 18ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?” 19ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 7 ନାଗରିକ ପଞ୍ଜିକାର ଡିସେମ୍ବର 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର