Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 21

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 21 ଡିସେମ୍ବର 2026

ସୋମବାର · ଆଗମନ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

21 ଡିସେମ୍ବର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ବାଇଗଣୀ

ସନ୍ଥ ପିଟର୍ କାନିସିୟସ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମରଣ

ଦିନର ପାଠ

ପ୍ରଥମ ପାଠ

ପ.ଗୀ 2:8–14

କିମ୍ବା: ସିଫ 3:14–17

8ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। 9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। 10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। 11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା; 12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; 13ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। 14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।

ପ୍ରତିଉତ୍ତର ଗୀତ

ଗୀତ 33:2–3, 11–12, 20–21

2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର। 3ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର। 11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ। 12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। 20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ। 21ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।

ସୁସମାଚାର

ଲୂକ 1:39–45

39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର