ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 21
ଅର୍ଥୋଡକ୍ସ ପଞ୍ଜିକା · 8 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 21 ଡିସେମ୍ବର 2026
ସୋମବାର · ପେଣ୍ଟିକଷ୍ଟ ପରେ 30ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Venerable Patapios of Thebes (7th C)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
7କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା। 8ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; 9ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି। 10କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା, 11ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ। 12କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।” 13ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
ସୁସମାଚାର
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, 28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ; 31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ। 32ଶେଷରେ ସ୍ତ୍ରୀଟି ମଧ୍ୟ ମଲା। 33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 34ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, 35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; 36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି। 37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି। 38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।” 39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ। 40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ। 41କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି? 42କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, 43ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ 44ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 8 ନାଗରିକ ପଞ୍ଜିକାର ଡିସେମ୍ବର 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର