Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 23

ଅର୍ଥୋଡକ୍ସ ପଞ୍ଜିକା · 10 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 23 ଡିସେମ୍ବର 2026

ବୁଧବାର · ପେଣ୍ଟିକଷ୍ଟ ପରେ 30ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Martyrs Minos, Hermogenes, and Eugraphos of Alexandria († c. 313)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 10:1–18

1ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ। 2ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ? 3କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; 4କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। 5ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ; 6ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।” 7ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” 8ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ) 9ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି। 10ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ। 11ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ। 12ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ; 13ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି। 14କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି। 15ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି; 16“କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,” 17ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।” 18ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।

ସୁସମାଚାର

ଲୂକ 21:5–7, 10–11, 20–24

5ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ, 6“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।” 7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ? 10ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ, 11ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ। 20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ। 21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; 22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। 23ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, 24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 10 ନାଗରିକ ପଞ୍ଜିକାର ଡିସେମ୍ବର 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର