ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଡିସେମ୍ବର 2026
ଗୁରୁବାର · ଆଗମନ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
24 ଡିସେମ୍ବର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ 2ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।” 3ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।” 4ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 5“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ? 8ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ; 9ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା। 10ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ; 11କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ। 12ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। 16ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
ପ୍ରତିଉତ୍ତର ଗୀତ
1ଇଷ୍ରାହୀୟ ଏଥନ୍ର ମସ୍କୀଲ୍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। 2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” 3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ। 4‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” [ସେଲା] 26ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’ 28ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
ସୁସମାଚାର
67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ, 68“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି; 69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, 70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, 71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, 72ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି, 73ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି, 74ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, 75ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି। 76ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; 77କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, 78ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ, 79ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର