ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 25
ଅର୍ଥୋଡକ୍ସ ପଞ୍ଜିକା · 12 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 25 ଡିସେମ୍ବର 2026
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 30ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Saint Spyridon the Wonderworker, Bishop of Tremithus († c. 348)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ। 11ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ; 12ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା। 13ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ। 14କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି। 15ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା। 16କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
ସୁସମାଚାର
37ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ। 38ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ। 22:1ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା। 2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। 3ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା; 4ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା। 5ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ। 6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। 7ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା; 8ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 12 ନାଗରିକ ପଞ୍ଜିକାର ଡିସେମ୍ବର 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର