ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଡିସେମ୍ବର 2026
ଶନିବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ସନ୍ଥ ସ୍ତିଫାନ, ପ୍ରଥମ ଶହୀଦ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
8ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ। 9କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, 10ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ। 7:54ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ। 55କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, 56“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।” 57କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, 58ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ। 59ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।” 60ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
ପ୍ରତିଉତ୍ତର ଗୀତ
2ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। 3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। 5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ। 7ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ। 15ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର। 16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
ସୁସମାଚାର
17ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ, 18ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। 19କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। 20ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି। 21ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। 22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
ଆଜିର ସନ୍ଥ
- ସନ୍ଥ ସ୍ତିଫାନ, ପ୍ରଥମ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର