ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 26
ଅର୍ଥୋଡକ୍ସ ପଞ୍ଜିକା · 13 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 26 ଡିସେମ୍ବର 2026
ଶନିବାର · ପେଣ୍ଟିକଷ୍ଟ ପରେ 30ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Martyrs Eustratios, Auxentios, Eugene, Mardarius and Orestes at Sebaste († c. 284-305)
ଜନ୍ମ ପର୍ବର ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ; 2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର। 3କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; 4ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। 5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ। 6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ। 7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ; 8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
ସୁସମାଚାର
18ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? 19ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।” 20ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି? 21ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।” 22ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ। 23ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, 24“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ। 25ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’ 26ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; 27ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ। 28ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ। 29ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 13 ନାଗରିକ ପଞ୍ଜିକାର ଡିସେମ୍ବର 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର