ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 27
ଅର୍ଥୋଡକ୍ସ ପଞ୍ଜିକା · 14 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ଡିସେମ୍ବର 2026
ରବିବାର · ସ୍ୱର 5
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 30ତମ ରବିବାର
ପୂର୍ବପୁରୁଷମାନଙ୍କ ରବିବାର
ଜନ୍ମ ପର୍ବର ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଅଷ୍ଟମ ସୁସମାଚାର
11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
ପତ୍ର (ପୂର୍ବପୁରୁଷମାନଙ୍କ ପାଇଁ)
4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ। 5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ; 6ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ, 7ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। 8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। 9ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ 10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; 11ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
ସୁସମାଚାର (ପୂର୍ବପୁରୁଷମାନଙ୍କ ପାଇଁ)
16କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; 17ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’ 18କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’ 19ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। 20ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’ 21ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’ 22ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି। 23ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’ 24ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 14 ନାଗରିକ ପଞ୍ଜିକାର ଡିସେମ୍ବର 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର