ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 28
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଡିସେମ୍ବର 2026
ସୋମବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
ପବିତ୍ର ନିରୀହ ଶିଶୁମାନେ, ଶହୀଦ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। 6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ। 7କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ। 8ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। 9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। 10ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ। 2:1ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ। 2ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
ପ୍ରତିଉତ୍ତର ଗୀତ
2ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ; 4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା 5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା। 7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। 8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
ସୁସମାଚାର
13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।” 14ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, 15ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।” 16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ। 17ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, 18“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”
ଆଜିର ସନ୍ଥ
- ପବିତ୍ର ନିରୀହ ଶିଶୁମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର