Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 28

ଅର୍ଥୋଡକ୍ସ ପଞ୍ଜିକା · 15 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ଡିସେମ୍ବର 2026

ସୋମବାର · ପେଣ୍ଟିକଷ୍ଟ ପରେ 31ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Hieromartyr Eleutherius, Bishop of Illyria, and his mother Martyr Anthea and Martyr Corivus the Eparch (2nd C)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏବ୍ରୀ 11:17–23, 27–31

17ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ, 18ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ, 19କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ। 20ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ। 21ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ। 22ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ। 23ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ। 27ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ। 28ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି। 29ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ। 30ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା। 31ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।

ସୁସମାଚାର

ମାର୍କ 8:11–21

11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। 12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।” 13ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ। 14ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା। 15ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।” 16ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି। 17ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? 18ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? 19ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗାଯାଇଥିବା ଖଣ୍ଡ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ?” ସେମାନେ ତାହାଙ୍କୁ କହିଲେ, ବାର ଟୋକେଇ। 20“ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ?” ସେମାନେ କହିଲେ, ସାତ ଟୋକେଇ। 21ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 15 ନାଗରିକ ପଞ୍ଜିକାର ଡିସେମ୍ବର 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର