ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 29
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 29 ଡିସେମ୍ବର 2026
ମଙ୍ଗଳବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
29 ଡିସେମ୍ବର — ବଡ଼ଦିନ ଅଷ୍ଟାହର ପଞ୍ଚମ ଦିନ
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ଥୋମାସ୍ ବେକେଟ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ସ୍ମରଣ
ଦିନର ପାଠ
ପ୍ରଥମ ପାଠ
3ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ। 4ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; 5କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ। 6ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ। 7ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା। 8ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି। 9ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି। 10ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ। 11କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।
ପ୍ରତିଉତ୍ତର ଗୀତ
1ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 2ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। 3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 5କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 6ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
ସୁସମାଚାର
22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା, 23ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, 24ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ। 25ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ। 26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। 27ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, 28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ, 29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ; 30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି, 31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି, 32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।” 33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। 34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, 35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
ଆଜିର ସନ୍ଥ
- ସନ୍ଥ ଥୋମାସ୍ ବେକେଟ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର