ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 29
ଅର୍ଥୋଡକ୍ସ ପଞ୍ଜିକା · 16 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 29 ଡିସେମ୍ବର 2026
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 31ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Prophet Haggai (500 BC)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
25ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ! 26ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।” 13:22ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି। 23ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି। 24ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 25ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
ସୁସମାଚାର
22ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। 23ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? 24ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। 25ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା। 26ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 16 ନାଗରିକ ପଞ୍ଜିକାର ଡିସେମ୍ବର 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର