ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଡିସେମ୍ବର 2026
ବୁଧବାର · ବଡ଼ଦିନ କାଳ
ପର୍ବ ଓ ସନ୍ଥ
30 ଡିସେମ୍ବର — ବଡ଼ଦିନ ଅଷ୍ଟାହର ଷଷ୍ଠ ଦିନ
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
12ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି। 13ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ। 14ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ। 15ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; 16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। 17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
ପ୍ରତିଉତ୍ତର ଗୀତ
7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। 9ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। 10“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
ସୁସମାଚାର
36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। 37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ। 38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ। 39ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ। 40ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର